ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରୀଜୀଉଙ୍କର ଶ୍ରୀମୁଖର ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସାଧାରଣ ଦର୍ଶନକୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ | ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦତ୍ତ ମହାପାତ୍ର ସେବକଙ୍କ ଦ୍ବାରା ବନକଲାଗି ଗୁପ୍ତସେବା ସମ୍ପାଦନ କରାଯିବ । ଦ୍ବିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନ ୪ରୁ ରାତି ୮ଟା ପର୍ୟ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । କିନ୍ତୁ ଏହି ସମୟରେ ଶ୍ରଦ୍ଧାଳୁ ପାର୍ଶ୍ବ ଦେବତାଙ୍କ ଦର୍ଶନ କରିପାରିବେ । ନୀତି ଅନୁସାରେ ଶ୍ରୀଜୀଉଙ୍କର ଶ୍ରୀମୁଖ ସିଂହାର ପାଇଁ ହିଙ୍ଗୁଳ, ଶଙ୍ଖ, କେଶର, କଇଁଥ, ଅଠା, କର୍ପୂର, କଜ୍ବଳ, କସ୍ତୁରୀ, ହରିତାଳ ଓ ତେଲର ମିଶ୍ରଣରେ ପ୍ରସ୍ତୁତ ହୋଇଥିବା ବନକକୁ ବ୍ୟବହାର କରାଯାଇଥାଏ । ଏହି ବିଶେଷ ନୀତିକୁ ସପ୍ତାହର ବୁଧବାର କିମ୍ବା ଗୁରୁବାର ଦିନ ।
BANAKALAGI SRIMANDIRA PURI
